ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଫେବୃଆରୀ 2027
ବୁଧବାର · ଉପବାସ କାଳ: ଭସ୍ମ ବୁଧବାର ପରର ଦିନଗୁଡ଼ିକ
ପର୍ବ ଓ ସନ୍ଥ
ଭସ୍ମ ବୁଧବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଉପବାସ ଓ ପ୍ରାୟଶ୍ଚିତ୍ତ
ଉପବାସ ଓ ମାଂସରୁ ବିରତି
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
12ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ। 13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। 14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ। 15ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; 16ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। 17ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?” 18ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର। 3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। 4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ। 10ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। 11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ। 12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। 15ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
ଦ୍ୱିତୀୟ ପାଠ
20ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। 21ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ। 6:1ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। 2କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
ସୁସମାଚାର
1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। 2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, 4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, 18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
ଆଜିର ସନ୍ଥ
- ସନ୍ଥ ସ୍କୋଲାଷ୍ଟିକା, କୁମାରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର