Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 10

ଅର୍ଥୋଡକ୍ସ ପଞ୍ଜିକା · 28 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 10 ଫେବୃଆରୀ 2027

ବୁଧବାର · ପେଣ୍ଟିକଷ୍ଟ ପରେ 37ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Venerable Ephraim the Syrian († c. 373-379)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଯାକୁ 3:11–4:6

11ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ? 12ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ। 13ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ। 14କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ। 15ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ; 16କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ। 17କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ। 18ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ। 4:1ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? 2ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; 3ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ। 4ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। 5ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି? 6କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”

ସୁସମାଚାର

ମାର୍କ 11:23–26

23ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ। 24ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ। 25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ। 26[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 28 ନାଗରିକ ପଞ୍ଜିକାର ଫେବୃଆରୀ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର