ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 11
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଫେବୃଆରୀ 2027
ଗୁରୁବାର · ଉପବାସ କାଳ: ଭସ୍ମ ବୁଧବାର ପରର ଦିନଗୁଡ଼ିକ
ପର୍ବ ଓ ସନ୍ଥ
ଭସ୍ମ ବୁଧବାର ପରର ଗୁରୁବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ
ଲୂର୍ଦ୍ଦର ମାତା ମରୀୟମ · ସ୍ମରଣ
ଦିନର ପାଠ
ପ୍ରଥମ ପାଠ
15ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି। 16ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ। 17ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ; 18ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ। 19ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର; 20ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
ପ୍ରତିଉତ୍ତର ଗୀତ
1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
ସୁସମାଚାର
22“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।” 23ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। 24କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ। 25ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର