Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 12

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 12 ଫେବୃଆରୀ 2027

ଶୁକ୍ରବାର · ଉପବାସ କାଳ: ଭସ୍ମ ବୁଧବାର ପରର ଦିନଗୁଡ଼ିକ

ପର୍ବ ଓ ସନ୍ଥ

ଭସ୍ମ ବୁଧବାର ପରର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଉପବାସ ଓ ପ୍ରାୟଶ୍ଚିତ୍ତ

ମାଂସରୁ ବିରତି

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଯିଶା 58:1–9

1“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ। 2ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି। 3ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। 4ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ। 5ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ? 6ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, 7କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? 8ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ। 9ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;

ପ୍ରତିଉତ୍ତର ଗୀତ

ଗୀତ 51:1–4, 16–17

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର। 3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। 4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ। 16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। 17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

ସୁସମାଚାର

ମାଥି 9:14–15

14ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? 15ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର