Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 13

ଅର୍ଥୋଡକ୍ସ ପଞ୍ଜିକା · 31 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 13 ଫେବୃଆରୀ 2027

ଶନିବାର · ପେଣ୍ଟିକଷ୍ଟ ପରେ 37ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Holy Wonderworkers and Unmercenary Martyrs Cyrus and John, and together with them the Martyr Athanasia and her daughters: Theodota, Theoctista and Eudoxia at Canopus in Egypt († 311)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 5:14–23

14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ। 15ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ। 16ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର; 17ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; 18କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ। 19ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର; 20ଭାବବାଣୀ ତୁଚ୍ଛ କର ନାହିଁ; 21ବରଂ ସମସ୍ତ ବିଷୟ ପରୀକ୍ଷା କର; 22ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ। 23ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।

ପତ୍ର (ସନ୍ଥ ସାଇରସ୍ ଓ ସନ୍ଥ ଯୋହନଙ୍କ ପାଇଁ)

ପ୍ର.କରି 12:27–13:8

27ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ। 28ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି। 29ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ? 30ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି? 31କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। 13:1ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି। 2ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ। 3ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ। 4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, 5ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, 6ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; 7ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ। 8ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।

ସୁସମାଚାର

ଲୂକ 17:3–10

3ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। 4ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।” 5ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ। 6ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।” 7“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ? 8ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ? 9ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ? 10ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”

ସୁସମାଚାର (ସନ୍ଥ ସାଇରସ୍ ଓ ସନ୍ଥ ଯୋହନଙ୍କ ପାଇଁ)

ମାଥି 10:1, 5–8

1ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। 5ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, 6ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ। 7ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର। 8ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 31 ନାଗରିକ ପଞ୍ଜିକାର ଫେବୃଆରୀ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର