ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 15
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 15 ଫେବୃଆରୀ 2027
ସୋମବାର · ଉପବାସ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ପ୍ରଥମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ। 11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ। 12ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ। 13ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ। 14ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ। 15ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ। 16ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। 17ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ। 18ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
ପ୍ରତିଉତ୍ତର ଗୀତ
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 14ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
ସୁସମାଚାର
31“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, 32ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, 33ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ। 34ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ; 35କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; 36ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। 37ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? 38ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? 39ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? 40ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ। 41ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, 42କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; 43ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ। 44ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? 45ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ। 46ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର