ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଫେବୃଆରୀ 2027
ମଙ୍ଗଳବାର · ଉପବାସ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ପ୍ରଥମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ; 11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
ପ୍ରତିଉତ୍ତର ଗୀତ
3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। 16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। 17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। 18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ସୁସମାଚାର
7ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି। 8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି। 9ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। 10ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। 11ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ। 12ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର। 13ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’ 14କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; 15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର