Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଫେବୃଆରୀ 2027

ବୁଧବାର · ଉପବାସ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ପ୍ରଥମ ସପ୍ତାହର ବୁଧବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ

ସର୍ଭାଇଟ୍ ସଂଘର ସାତ ଜଣ ପବିତ୍ର ପ୍ରତିଷ୍ଠାତା · ସ୍ମରଣ

ଦିନର ପାଠ

ପ୍ରଥମ ପାଠ

ଯୂନ 3:1–10

1ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; 2“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।” 3ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା। 4ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।” 5ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। 6ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। 7ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ; 8ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ। 9କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।” 10ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।

ପ୍ରତିଉତ୍ତର ଗୀତ

ଗୀତ 51:1–2, 10–11, 16–17

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର। 10ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। 11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ। 16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। 17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

ସୁସମାଚାର

ଲୂକ 11:29–32

29ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। 30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ। 31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। 32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର