Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 17

ଅର୍ଥୋଡକ୍ସ ପଞ୍ଜିକା · 4 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 17 ଫେବୃଆରୀ 2027

ବୁଧବାର · ପେଣ୍ଟିକଷ୍ଟ ପରେ 38ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Afterfeast of the Meeting of the Lord

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର. ପିତ 4:1–11

1ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି, 2ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। 3ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। 6କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। 7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ, 8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। 9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; 10ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର; 11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।

ସୁସମାଚାର

ମାର୍କ 12:28–37

28ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ? 29ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି; 30‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ 31ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।” 32ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି; 33ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର। 34ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। 35କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି? 36ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ 37ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 4 ନାଗରିକ ପଞ୍ଜିକାର ଫେବୃଆରୀ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର