Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 18

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଫେବୃଆରୀ 2027

ଗୁରୁବାର · ଉପବାସ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ପ୍ରଥମ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 138:1–3, 7–8

1ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 2ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। 3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ। 7ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। 8ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

ସୁସମାଚାର

ମାଥି 7:7–12

7ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। 8କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ। 9କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, 10କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ? 11ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ! 12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର