Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 18

ଅର୍ଥୋଡକ୍ସ ପଞ୍ଜିକା · 5 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 18 ଫେବୃଆରୀ 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 38ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Afterfeast of the Meeting of the Lord

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10; ହିତୋ 3; ହିତୋ 8 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ଯୋହ 10:9–16

9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।

ପତ୍ର

ପ୍ର. ପିତ 4:12–5:5

12ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; 13ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ। 14ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି। 15ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ; 16କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ। 17କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! 18ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?” 19ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ। 5:1ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, 2ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; 3ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର। 4ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। 5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”

ପତ୍ର (ସନ୍ଥ ଥିଓଡୋସିୟସ୍‌ଙ୍କ ପାଇଁ)

ଏବ୍ରୀ 13:17–21

17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ। 18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 19ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି। 20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; 21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

ସୁସମାଚାର

ମାର୍କ 12:38–44

38ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର, 39ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି; 40ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।” 41ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ; 42ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା। 43ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି; 44କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”

ସୁସମାଚାର (ସନ୍ଥ ଥିଓଡୋସିୟସ୍‌ଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 5 ନାଗରିକ ପଞ୍ଜିକାର ଫେବୃଆରୀ 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର