Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 19

ଅର୍ଥୋଡକ୍ସ ପଞ୍ଜିକା · 6 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 19 ଫେବୃଆରୀ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 38ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Afterfeast of the Meeting of the Lord

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି. ପିତ 1:1–10

1ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। 2ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ। 3ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। 4ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ। 5ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ, 6ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, 7ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର। 8ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ। 9ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି। 10ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।

ସୁସମାଚାର

ମାର୍କ 13:1–8

1ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ! 2ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।” 3ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, 4ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ। 5ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ। 6ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। 7ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ। 8କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 6 ନାଗରିକ ପଞ୍ଜିକାର ଫେବୃଆରୀ 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର