ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 20
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଫେବୃଆରୀ 2027
ଶନିବାର · ଉପବାସ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ପ୍ରଥମ ସପ୍ତାହର ଶନିବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
16ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାସବୁ ମାନିବ ଓ କରିବ, 17ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ। 18ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ; 19ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
ପ୍ରତିଉତ୍ତର ଗୀତ
1ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ। 2ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ। 4ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ। 5ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା! 7ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। 8ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ।
ସୁସମାଚାର
43ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’ 44କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, 45ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି। 46ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? 47ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? 48ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର