ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 20
ଅର୍ଥୋଡକ୍ସ ପଞ୍ଜିକା · 7 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 20 ଫେବୃଆରୀ 2027
ଶନିବାର · ପେଣ୍ଟିକଷ୍ଟ ପରେ 38ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Afterfeast of the Meeting of the Lord
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
11ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା; 12ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ; 13ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ। 14ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ। 15ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର। 16କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, 17ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ; 18ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି। 19ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
ସୁସମାଚାର
2“ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ। 3ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା। 4ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, 5ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’” 6ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ। 7ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? 8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 7 ନାଗରିକ ପଞ୍ଜିକାର ଫେବୃଆରୀ 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର