ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 22
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଫେବୃଆରୀ 2027
ସୋମବାର · ଉପବାସ କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ପ୍ରେରିତ ସନ୍ଥ ପିତରଙ୍କ ଆସନ
ପର୍ବ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
1ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, 2ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; 3ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର। 4ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ସୁସମାଚାର
13ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?” 14ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ। 15ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” 16ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର। 17ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି। 18ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। 19ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
ଆଜିର ସନ୍ଥ
- ପ୍ରେରିତ ସନ୍ଥ ପିତରଙ୍କ ଆସନ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର