ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 22
ଅର୍ଥୋଡକ୍ସ ପଞ୍ଜିକା · 9 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 22 ଫେବୃଆରୀ 2027
ସୋମବାର · କରଗ୍ରାହୀ ଓ ଫାରୂଶୀର ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Apodosis of the Meeting of the Lord
ଉପବାସମୁକ୍ତ ସପ୍ତାହ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
20ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ, 21କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ। 2:1କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ। 2ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। 3ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ। 4କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି 5ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ; 6ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, 7ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, 8ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ। 9ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
ସୁସମାଚାର
9କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ। 10ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ। 11ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି। 12ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; 13ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 9 ନାଗରିକ ପଞ୍ଜିକାର ଫେବୃଆରୀ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର