Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 23

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଫେବୃଆରୀ 2027

ମଙ୍ଗଳବାର · ଉପବାସ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ଦ୍ୱିତୀୟ ସପ୍ତାହର ମଙ୍ଗଳବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ

ସନ୍ଥ ପଲିକାର୍ପ, ଧର୍ମାଧ୍ୟକ୍ଷ ଓ ଶହୀଦ · ସ୍ମରଣ

ଦିନର ପାଠ

ପ୍ରଥମ ପାଠ

ଯିଶା 1:10, 16–20

10ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। 16ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; 17ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” 18ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। 19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ। 20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”

ପ୍ରତିଉତ୍ତର ଗୀତ

ଗୀତ 50:8–9, 16–17, 21, 23

8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। 9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। 16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର? 17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ। 21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।” 23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

ସୁସମାଚାର

ମାଥି 23:1–12

1ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ, 2“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି। 3ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ। 4ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ। 5ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, 6ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ, 7ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି। 8କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ। 9ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି। 10ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ। 11କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ। 12ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର