ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ଫେବୃଆରୀ 2027
ବୁଧବାର · ଉପବାସ କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ଦ୍ୱିତୀୟ ସପ୍ତାହର ବୁଧବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
18ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।” 19ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର। 20ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
ପ୍ରତିଉତ୍ତର ଗୀତ
4ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ। 5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ। 13କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। 14ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।” 15ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
ସୁସମାଚାର
17ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ, 18“ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, 19ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।” 20ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ। 21ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ। 22କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?” 23ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।” 24ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ। 25କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ। 26ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, 27ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ, 28ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର