ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 25
ଅର୍ଥୋଡକ୍ସ ପଞ୍ଜିକା · 12 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 25 ଫେବୃଆରୀ 2027
ଗୁରୁବାର · କରଗ୍ରାହୀ ଓ ଫାରୂଶୀର ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Iveron Icon of the Mother of God (9th C)
ଉପବାସମୁକ୍ତ ସପ୍ତାହ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
8ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। 9ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। 10ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ। 2:1ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ। 2ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି। 3ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ। 4ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ; 5କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ। 6ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
ସୁସମାଚାର
31ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।” 32“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି। 33ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ। 34ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି। 35ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, 36ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। 37ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’” 14:1ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ। 2କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 12 ନାଗରିକ ପଞ୍ଜିକାର ଫେବୃଆରୀ 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର