Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 26

ଅର୍ଥୋଡକ୍ସ ପଞ୍ଜିକା · 13 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ଫେବୃଆରୀ 2027

ଶୁକ୍ରବାର · କରଗ୍ରାହୀ ଓ ଫାରୂଶୀର ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Venerable Martinian of Cæsarea in Palestine (c.422)

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର. ଯୋହ 2:7–17

7ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା। 8ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି। 9ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି। 10ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ। 11କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି। 12ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି। 13ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ। 14ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ। 15ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; 16କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। 17ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।

ସୁସମାଚାର

ମାର୍କ 14:3–9

3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ। 4କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା? 5ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ। 6କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି। 7କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି। 8ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି। 9ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 13 ନାଗରିକ ପଞ୍ଜିକାର ଫେବୃଆରୀ 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର