Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 27

ଅର୍ଥୋଡକ୍ସ ପଞ୍ଜିକା · 14 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 27 ଫେବୃଆରୀ 2027

ଶନିବାର · କରଗ୍ରାହୀ ଓ ଫାରୂଶୀର ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Venerable Auxentius of Bithynia († 470)

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.ତୀମ 3:1–9

1କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; 2କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, 3ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, 4ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ; 5ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ। 6କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; 7ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ। 8ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି। 9କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।

ସୁସମାଚାର

ଲୂକ 20:45–21:4

45ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ, 46“ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି; 47ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।” 21:1ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ। 2ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, 4କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 14 ନାଗରିକ ପଞ୍ଜିକାର ଫେବୃଆରୀ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର