ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ମାର୍ଚ୍ଚ 2027
ମଙ୍ଗଳବାର · ଉପବାସ କାଳର ତୃତୀୟ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ତୃତୀୟ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
4ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 6ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ। 7ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ସୁସମାଚାର
21ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? 22କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, 23ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। 24ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। 25କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। 26ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’ 27ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ। 28କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। 29ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’ 30ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। 31ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ। 32ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; 33ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’ 34ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ। 35ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର