Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 5

ଅର୍ଥୋଡକ୍ସ ପଞ୍ଜିକା · 20 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ମାର୍ଚ୍ଚ 2027

ଶୁକ୍ରବାର · ମାଂସ-ତ୍ୟାଗ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

ମାଂସ-ତ୍ୟାଗ ସପ୍ତାହର ଶୁକ୍ରବାର

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି. ଯୋହ 1:1–13

1ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି। 2ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। 3ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ। 4ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ। 5ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ। 6ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା। 7କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ। 8ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ। 9ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି। 10କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; 11କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ। 12ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। 13ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

ସୁସମାଚାର

ମାର୍କ 15:22, 25, 33–41

22ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ। 25ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ। 33ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା। 34ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?” 35ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି। 36ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା। 37କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ। 38ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା। 39ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ। 40କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ; 41ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 20 ନାଗରିକ ପଞ୍ଜିକାର ମାର୍ଚ୍ଚ 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର