Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 6

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 6 ମାର୍ଚ୍ଚ 2027

ଶନିବାର · ଉପବାସ କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ତୃତୀୟ ସପ୍ତାହର ଶନିବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ହୋଶେ 6:1–6

1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ। 2ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ। 3ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।” 4ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ। 5ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ। 6କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।

ପ୍ରତିଉତ୍ତର ଗୀତ

ଗୀତ 51:1–2, 16–19

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର। 16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। 17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ। 18ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର। 19ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।

ସୁସମାଚାର

ଲୂକ 18:9–14

9ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, 10“ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ। 11ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ; 12ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’ 13କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’ 14ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର