Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 6

ଅର୍ଥୋଡକ୍ସ ପଞ୍ଜିକା · 21 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 6 ମାର୍ଚ୍ଚ 2027

ଶନିବାର · ମାଂସ-ତ୍ୟାଗ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

ମାଂସ-ତ୍ୟାଗ ସପ୍ତାହର ଶନିବାର

ସ୍ମରଣ ଶନିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର (ପରଲୋକଗତମାନଙ୍କ ପାଇଁ)

ପ୍ର.ଥେସ 4:13–17

13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। 14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। 15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। 16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ; 17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।

ପତ୍ର

ପ୍ର.କରି 10:23–28

23ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ। 24କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ। 25ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, 26କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର। 27ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର। 28କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;

ସୁସମାଚାର (ପରଲୋକଗତମାନଙ୍କ ପାଇଁ)

ଯୋହ 5:24–30

24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।

ସୁସମାଚାର

ଲୂକ 21:8–9, 25–27, 33–36

8ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। 9ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।” 25“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, 26ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ। 27ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ। 33ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।” 34“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ; 35କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ। 36କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 21 ନାଗରିକ ପଞ୍ଜିକାର ମାର୍ଚ୍ଚ 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର