Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 7

ଅର୍ଥୋଡକ୍ସ ପଞ୍ଜିକା · 22 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 7 ମାର୍ଚ୍ଚ 2027

ରବିବାର · ସ୍ୱର 7

ପର୍ବ ଓ ସନ୍ଥ

ମାଂସ-ତ୍ୟାଗ ରବିବାର

ଶେଷ ବିଚାରର ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ସପ୍ତମ ସୁସମାଚାର

ଯୋହ 20:1–10

1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। 10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।

ପତ୍ର

ପ୍ର.କରି 8:8–9:2

8କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ। 9କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ। 10କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? 11ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି। 12ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। 13ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ। 9:1ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ? 2ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।

ସୁସମାଚାର

ମାଥି 25:31–46

31“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, 32ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, 33ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ। 34ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ; 35କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; 36ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। 37ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? 38ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? 39ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? 40ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ। 41ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, 42କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; 43ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ। 44ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? 45ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ। 46ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 22 ନାଗରିକ ପଞ୍ଜିକାର ମାର୍ଚ୍ଚ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର