ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ମାର୍ଚ୍ଚ 2027
ସୋମବାର · ଉପବାସ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ଚତୁର୍ଥ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ
ଈଶ୍ବରଙ୍କ ସନ୍ଥ ଜନ୍, ସନ୍ନ୍ୟାସୀ · ସ୍ମରଣ
ଦିନର ପାଠ
ପ୍ରଥମ ପାଠ
17କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ। 18ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ। 19ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ। 20ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ। 21ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
ପ୍ରତିଉତ୍ତର ଗୀତ
1ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। 3ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। 4ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। 5କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। 10ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ। 11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; 12ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
ସୁସମାଚାର
43ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ। 44କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ। 45ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ। 46ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା। 47ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା। 48ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।” 49ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ। 50ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ। 51ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ। 52ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା। 53ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ “ତୁମ୍ଭର ପୁତ୍ର ବଞ୍ଚିଲାଣି” ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ। 54ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।
ଆଜିର ସନ୍ଥ
- ଈଶ୍ବରଙ୍କ ସନ୍ଥ ଜନ୍, ସନ୍ନ୍ୟାସୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର