ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ମାର୍ଚ୍ଚ 2027
ବୁଧବାର · ଉପବାସ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ଚତୁର୍ଥ ସପ୍ତାହର ବୁଧବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
8ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା; 9ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ। 10ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ। 11ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ। 12ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ।” 13ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ। 14ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।” 15“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
ପ୍ରତିଉତ୍ତର ଗୀତ
8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ। 9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। 13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। 14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି। 17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, 18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
ସୁସମାଚାର
17ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।” 18ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ। 19ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି। 20କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ ମହତ କର୍ମ ଦେଖାଇବେ। 21ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି। 22ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି। 23ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ। 24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର