ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 12
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 12 ମାର୍ଚ୍ଚ 2027
ଶୁକ୍ରବାର · ଉପବାସ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ଚତୁର୍ଥ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଉପବାସ ଓ ପ୍ରାୟଶ୍ଚିତ୍ତ
ମାଂସରୁ ବିରତି
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। 17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। 18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। 19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। 20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। 22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
ସୁସମାଚାର
1ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ। 2କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ, 10କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ। 25ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ? 26ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି? 27ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି। 28ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ମୋତେ ଓ ମୋହର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ। 29ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ।” 30ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର