ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 13
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 13 ମାର୍ଚ୍ଚ 2027
ଶନିବାର · ଉପବାସ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ଚତୁର୍ଥ ସପ୍ତାହର ଶନିବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
18ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ। 19ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି। 20ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, 2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। 8ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। 9ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। 10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। 11ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।
ସୁସମାଚାର
40ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ। 41ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ? 42ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ? 43ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା; 44ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ। 45ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ? 46ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ। 47ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ? 48ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି? 49କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ। 50ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ, 51ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ? 52ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ। 53[ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର