ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 13
ଅର୍ଥୋଡକ୍ସ ପଞ୍ଜିକା · 28 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 13 ମାର୍ଚ୍ଚ 2027
ଶନିବାର · ପନିର-ତ୍ୟାଗ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
ପନିର-ତ୍ୟାଗ ସପ୍ତାହର ଶନିବାର
ପରଲୋକଗତ ଧାର୍ମିକ ମଠବାସୀମାନଙ୍କ ସ୍ମରଣ
ପନିର ସପ୍ତାହ
ମାଂସ ନାହିଁ; ଦୁଗ୍ଧଜାତ, ଅଣ୍ଡା ଓ ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ପରଲୋକଗତମାନଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ପତ୍ର
19ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ। 20ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ। 21ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ। 22ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ। 23କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ। 16:25ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, 26ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି, 27ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍।
ସୁସମାଚାର (ପରଲୋକଗତମାନଙ୍କ ପାଇଁ)
27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ସୁସମାଚାର
1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। 2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, 4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 7ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି। 8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି। 9ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। 10ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। 11ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ। 12ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର। 13ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 28 ନାଗରିକ ପଞ୍ଜିକାର ମାର୍ଚ୍ଚ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର