ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 14
ଅର୍ଥୋଡକ୍ସ ପଞ୍ଜିକା · 1 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 14 ମାର୍ଚ୍ଚ 2027
ରବିବାର · ସ୍ୱର 8
ପର୍ବ ଓ ସନ୍ଥ
ପନିର-ତ୍ୟାଗ ରବିବାର. ପାରଦୀଶରୁ ଆଦମଙ୍କ ବହିଷ୍କାର
କ୍ଷମା ରବିବାର
ପନିର ସପ୍ତାହ
ମାଂସ ନାହିଁ; ଦୁଗ୍ଧଜାତ, ଅଣ୍ଡା ଓ ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଅଷ୍ଟମ ସୁସମାଚାର
11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
ପତ୍ର
11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ। 12ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ। 13ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ। 14ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ। 14:1ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ। 2ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ। 3ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି। 4ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
ସୁସମାଚାର
14କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; 15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। 16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, 18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; 20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, 21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 1 ନାଗରିକ ପଞ୍ଜିକାର ମାର୍ଚ୍ଚ 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର