Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 15

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 15 ମାର୍ଚ୍ଚ 2027

ସୋମବାର · ଉପବାସ କାଳର ପଞ୍ଚମ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ପଞ୍ଚମ ସପ୍ତାହର ସୋମବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 23:1–6

1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

ସୁସମାଚାର

ଯୋହ 8:1–11

1କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ। 2ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। 3ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, 4ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି। 5ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି? 6ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ। 7ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ। 8ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ। 9ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ। 10ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ? 11ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର