Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 16

ଅର୍ଥୋଡକ୍ସ ପଞ୍ଜିକା · 3 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ମାର୍ଚ୍ଚ 2027

ମଙ୍ଗଳବାର · ମହା ଉପବାସର ପ୍ରଥମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Martyrs Eutropius, Cleonicus and Basiliscus of Amasea († c. 308)

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 1:19–2:3

19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ। 20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।” 21ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି। 22ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି। 23ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ। 24ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା; 25ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା; 26ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।” 27ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ। 28ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। 29କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। 30ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ। 31ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ। 2:1ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ। 2ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। 3ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 1:14–23

14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। 15ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। 16ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। 17ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ, 18ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। 19ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା। 20ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” 21ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। 22ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” 23ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 1:20–33

20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ; 21ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ; 22“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? 23ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି। 24ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; 25ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; 26ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି। 27ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ; 28ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। 29କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ; 30ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ। 31ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ। 32ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ। 33ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 3 ନାଗରିକ ପଞ୍ଜିକାର ମାର୍ଚ୍ଚ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର