ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 17
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 17 ମାର୍ଚ୍ଚ 2027
ବୁଧବାର · ଉପବାସ କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ପଞ୍ଚମ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ
ସନ୍ଥ ପାଟ୍ରିକ୍, ଧର୍ମାଧ୍ୟକ୍ଷ · ସ୍ମରଣ
ଦିନର ପାଠ
ପ୍ରଥମ ପାଠ
14ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ? 15ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?” 16ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। 17ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ। 18ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।” 19ଏଥିରେ ନବୂଖଦ୍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା। 20ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା। 24ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।” 25ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।” 28ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
ପ୍ରତିଉତ୍ତର ଗୀତ
ଏହି ଅନୁବାଦରେ ନାହିଁ
ସୁସମାଚାର
31ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ, 32ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।” 33ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ? 34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ। 35ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ। 36ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ। 37ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ। 38ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।” 39ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର; 40କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ। 41ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର। 42ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”
ଆଜିର ସନ୍ଥ
- ସନ୍ଥ ପାଟ୍ରିକ୍, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର