ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 17
ଅର୍ଥୋଡକ୍ସ ପଞ୍ଜିକା · 4 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ମାର୍ଚ୍ଚ 2027
ବୁଧବାର · ମହା ଉପବାସର ପ୍ରଥମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Venerable Gerasimus of the Jordan († 451)
ମହା ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
3ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ। 4ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। 5ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ। 6କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି। 7ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ। 8ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳି ନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି। 9ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ। 10ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ। 11ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। 25ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ। 26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” 27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। 28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” 29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। 30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। 31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। 2:1ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା। 2ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। 3ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
1ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ; 2ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; 3ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର; 4ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; 5ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। 6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ। 7ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି। 8ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ। 9ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ। 10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; 11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ। 12ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, 13ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; 14ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; 15ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ। 16ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ, 17ଯାହାର ଗୃହ ମୃତ୍ୟୁ ଆଡ଼େ 18ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, 19ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। 20ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର, 21ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। 22ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 4 ନାଗରିକ ପଞ୍ଜିକାର ମାର୍ଚ୍ଚ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର