ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ମାର୍ଚ୍ଚ 2027
ଗୁରୁବାର · ଉପବାସ କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ପଞ୍ଚମ ସପ୍ତାହର ଗୁରୁବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ
ଯିରୂଶାଲମର ସନ୍ଥ ସିରିଲ, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମରଣ
ଦିନର ପାଠ
ପ୍ରଥମ ପାଠ
3ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ, 4“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ। 5ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ। 6ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ। 7ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା। 8ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।” 9ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
ପ୍ରତିଉତ୍ତର ଗୀତ
4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 5ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। 8ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
ସୁସମାଚାର
51ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।” 52ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ। 53ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? 54ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି; 55ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ। 56ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।” 57ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ? 58ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।” 59ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।
ଆଜିର ସନ୍ଥ
- ଯିରୂଶାଲମର ସନ୍ଥ ସିରିଲ, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର