Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 19

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 19 ମାର୍ଚ୍ଚ 2027

ଶୁକ୍ରବାର · ଉପବାସ କାଳର ପଞ୍ଚମ ସପ୍ତାହ

ପର୍ବ ଓ ସନ୍ଥ

ସନ୍ଥ ଯୋଷେଫ, ଧନ୍ୟା କୁମାରୀ ମରୀୟମଙ୍କ ସ୍ୱାମୀ

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ଦ୍ଵି.ଶା 7:4–5, 12–14, 16

4ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, 5“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ? 12ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। 13ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା। 14ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା। 16ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”

ପ୍ରତିଉତ୍ତର ଗୀତ

ଗୀତ 89:1–4, 26, 28

1ଇଷ୍ରାହୀୟ ଏଥନ୍‍ର ମସ୍କୀଲ୍‍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। 2କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” 3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ। 4‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା] 26ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’ 28ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।

ଦ୍ୱିତୀୟ ପାଠ

ରୋମୀ 4:13, 16–18, 22

13କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା। 16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ; 17ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ। 18“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ। 22ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।

ସୁସମାଚାର

ମାଥି 1:16, 18–21, 24

କିମ୍ବା: ଲୂକ 2:41–51

16ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ। 18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। 19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ। 20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” 24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର