Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ମାର୍ଚ୍ଚ 2027

ଶନିବାର · ଉପବାସ କାଳର ପଞ୍ଚମ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ପଞ୍ଚମ ସପ୍ତାହର ଶନିବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିହି 37:21–28

21ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା; 22ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ। 23ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା। 24ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ। 25ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ। 26ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦାକାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା। 27ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ। 28ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”

ପ୍ରତିଉତ୍ତର ଗୀତ

ଯିରି 31:10–13

10ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’ 11କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି। 12ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। 13ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।

ସୁସମାଚାର

ଯୋହ 11:45–57

45ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ; 46ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ। 47ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି। 48ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ। 49କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ; 50ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ। 51ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ, 52ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ। 53ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ। 54ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ। 55ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ। 56ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ? 57ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର