Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 21

ଅର୍ଥୋଡକ୍ସ ପଞ୍ଜିକା · 8 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 21 ମାର୍ଚ୍ଚ 2027

ରବିବାର · ସ୍ୱର 1

ପର୍ବ ଓ ସନ୍ଥ

ମହା ଉପବାସର ପ୍ରଥମ ରବିବାର

ଅର୍ଥୋଡକ୍ସିର ରବିବାର

ମହା ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ନବମ ସୁସମାଚାର

ଯୋହ 20:19–31

19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।” 24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ। 25ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ। 26ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 27ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।” 28ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର। 29ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।” 30ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; 31କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।

ପତ୍ର

ଏବ୍ରୀ 11:24–26, 32–12:2

24ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ; 25ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ, 26ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ। 32ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ; 33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, 34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। 35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। 36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ; 37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ 38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। 39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, 40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି। 12:1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। 2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।

ସୁସମାଚାର

ଯୋହ 1:43–51

43ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” 44ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା। 45ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ। 46ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।” 47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” 48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” 49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା। 50ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।” 51ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 8 ନାଗରିକ ପଞ୍ଜିକାର ମାର୍ଚ୍ଚ 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର