ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 22
ଅର୍ଥୋଡକ୍ସ ପଞ୍ଜିକା · 9 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 22 ମାର୍ଚ୍ଚ 2027
ସୋମବାର · ମହା ଉପବାସର ଦ୍ୱିତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
The Holy Forty Martyrs of Sebaste († c.320): Cyrion, Candidus, Domnus, Hesychius, Iraclius, Smaragdus, Eunoicus, Valentus, Vivian, Claudius, Priskus, Theodulus, Eutichius, John, Xanthus, Ilian, Sisinius, Angius, Aetius, Flavius, Dometian, Gaius, Leontius, Athanasius, Cyrill, Sakerdonus, Nicholas, Valerius, Philoctimon, Seberian, Chudionus, Aglaius, and Meliton
ମହା ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ଶହୀଦମାନଙ୍କ ପାଇଁ)
12କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ; 13ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ। 14ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର; 15କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ। 16କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, 17ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ। 18କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ; 19ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
ଷଷ୍ଠ ଘଣ୍ଟା
2ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। 3ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ; 4ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। 5ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ। 6ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। 5:1ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା; 2ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। 3ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର। 4ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି? 5ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ; 6ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। 7ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
ସନ୍ଧ୍ୟା ପ୍ରାର୍ଥନା: ପାଠ
21ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ। 22ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,” 23ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ। 24ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। 4:1ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” 2ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ। 3ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ। 4ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ। 5ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। 6ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ? 7ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
ସନ୍ଧ୍ୟା ପ୍ରାର୍ଥନା: ପାଠ
34ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି। 35ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ। 4:1ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର। 2ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। 3ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। 4ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ। 5ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। 6ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ। 7ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର। 8ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। 9ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।” 10ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ। 11ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି। 12ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ। 13ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ। 14କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ। 15ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ। 16ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ। 17ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି। 18ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ। 19ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ। 20ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର। 21ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ। 22ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
ସନ୍ଧ୍ୟା ପ୍ରାର୍ଥନା: ପାଠ (ଶହୀଦମାନଙ୍କ ପାଇଁ)
9ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। 10ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ। 11ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ। 12ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” 13“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?” 14ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
ସନ୍ଧ୍ୟା ପ୍ରାର୍ଥନା: ପାଠ (ଶହୀଦମାନଙ୍କ ପାଇଁ)
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ (ଶହୀଦମାନଙ୍କ ପାଇଁ)
ଏହି ଅନୁବାଦରେ ନାହିଁ
ପତ୍ର (ଶହୀଦମାନଙ୍କ ପାଇଁ)
1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। 2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି। 3ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର। 4ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ, 5ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ; 6କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।” 7ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି? 8କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ। 9ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ? 10କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।
ସୁସମାଚାର (ଶହୀଦମାନଙ୍କ ପାଇଁ)
1“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ। 2ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ। 3ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ, 4‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ। 5ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ। 6ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’ 7ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’ 8ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’ 9ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ। 10ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ। 11କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, 12‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’ 13କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ? 14ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା। 15ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’ 16ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 9 ନାଗରିକ ପଞ୍ଜିକାର ମାର୍ଚ୍ଚ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର