Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 23

ଅର୍ଥୋଡକ୍ସ ପଞ୍ଜିକା · 10 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 23 ମାର୍ଚ୍ଚ 2027

ମଙ୍ଗଳବାର · ମହା ଉପବାସର ଦ୍ୱିତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Martyr Quadratus and those with him at Corinth († 250-258): Cyprian, Dionysius, Anectus, Paul, Criscentus, another Dionysius, Victorinus, Victor, Niciphorus, Claudius, Diodorus, Serapion, Papius, Leonidus, and the holy women Chariessa, Nunechia, Basilissa, Nica, Calisa, Gala, Galina, Theodora, and many others

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 5:7–16

7ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। 8ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର! 9ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। 10କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।” 11ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର! 12ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। 13ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି। 14ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି। 15ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ; 16ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 4:8–15

8ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। 9ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?” 10ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। 11ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; 12ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।” 13କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ। 14ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” 15ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 5:1–15

1ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର; 2ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ। 3ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ। 4କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ। 5ତାହାର ପାଦ ମୃତ୍ୟୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ; 6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ। 7ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। 8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ। 9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ; 10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ; 11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ, 12ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା! 13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ, 14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।” 15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 10 ନାଗରିକ ପଞ୍ଜିକାର ମାର୍ଚ୍ଚ 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର