Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 24

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 24 ମାର୍ଚ୍ଚ 2027

ବୁଧବାର · ପବିତ୍ର ସପ୍ତାହ

ପର୍ବ ଓ ସନ୍ଥ

ପବିତ୍ର ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିଶା 50:4–9

4ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି। 5ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ। 6ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ। 7କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍‍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ। 8ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ। 9ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।

ପ୍ରତିଉତ୍ତର ଗୀତ

ଗୀତ 69:7–9, 20–21, 30, 32–33

7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି। 8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି। 9କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି। 20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ। 21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ। 30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି। 32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। 33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।

ସୁସମାଚାର

ମାଥି 26:14–25

14ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, 15ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ। 16ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। 17ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି? 18ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।” 19ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। 20ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ। 21ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।” 22ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ? 23ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। 24ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।” 25ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର