ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 25
ଅର୍ଥୋଡକ୍ସ ପଞ୍ଜିକା · 12 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 25 ମାର୍ଚ୍ଚ 2027
ଗୁରୁବାର · ମହା ଉପବାସର ଦ୍ୱିତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Venerable Theophanes the Confessor of Sigriane († 818)
ମହା ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
1ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। 2ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। 3ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” 4ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା। 5ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!” 6ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ; 7ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।” 8ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।” 9ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’ 10ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।” 11ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, 12ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; 2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ। 3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। 4ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। 5ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। 6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; 7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। 8ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା। 9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; 10ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 11ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା। 12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା; 13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; 14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା। 15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; 16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 17ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା। 18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; 19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 20ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା। 21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; 22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 23ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା; 24ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
3ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର। 4ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ। 5ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର। 6ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ। 7ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ, 8ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ। 9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ? 10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ, 11ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। 12ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ; 13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ; 14ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ। 15ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ। 16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ। 17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ; 18ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ; 19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ। 20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 12 ନାଗରିକ ପଞ୍ଜିକାର ମାର୍ଚ୍ଚ 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର