Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 26

ଅର୍ଥୋଡକ୍ସ ପଞ୍ଜିକା · 13 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ମାର୍ଚ୍ଚ 2027

ଶୁକ୍ରବାର · ମହା ଉପବାସର ଦ୍ୱିତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Translation of the relics of St Nicephorus the Patriarch of Constantinople (846)

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 7:1–14

1ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ। 2ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା। 3ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ। 4ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ। 5କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି, 6ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ। 7ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ। 8କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; 9ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’” 10ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ, 11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” 12ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” 13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? 14ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 5:32–6:8

32ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ। 6:1ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; 2ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। 3ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” 4ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ। 5ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର। 6ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। 7ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” 8ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 6:20–7:1

20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ। 21ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ। 22ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ। 23ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ; 24ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ। 25ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ। 26ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ। 27କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ? 28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ? 29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ। 30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ। 31ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ। 32ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ। 33ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ। 34ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। 35ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ। 7:1ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 13 ନାଗରିକ ପଞ୍ଜିକାର ମାର୍ଚ୍ଚ 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର