ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 27
ଅର୍ଥୋଡକ୍ସ ପଞ୍ଜିକା · 14 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ମାର୍ଚ୍ଚ 2027
ଶନିବାର · ମହା ଉପବାସର ଦ୍ୱିତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
ସ୍ମରଣ ଶନିବାର
ମହା ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ପରଲୋକଗତମାନଙ୍କ ପାଇଁ)
13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। 14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। 15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। 16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ; 17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
ପତ୍ର
12ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ। 13କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; 14କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ। 15ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।” 16ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?
ସୁସମାଚାର (ପରଲୋକଗତମାନଙ୍କ ପାଇଁ)
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ସୁସମାଚାର
35ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। 36ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି, 37ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି। 38ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।” 39ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ। 40ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 41ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” 42ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା। 43ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ, 44“ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 14 ନାଗରିକ ପଞ୍ଜିକାର ମାର୍ଚ୍ଚ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର