Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 28

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 28 ମାର୍ଚ୍ଚ 2027

ରବିବାର · ପାସ୍କା ଅଷ୍ଟାହ

ପର୍ବ ଓ ସନ୍ଥ

ପାସ୍କା ରବିବାର — ପ୍ରଭୁଙ୍କ ପୁନରୁତ୍ଥାନ

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 10:34, 37–43

34ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ, 37ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି, 38ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ। 39ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ। 40ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ; 41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ, 42ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ। 43ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।

ପ୍ରତିଉତ୍ତର ଗୀତ

ଗୀତ 118:1–2, 16–17, 22–23

1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 2ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ। 16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। 17ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି। 22ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି। 23ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।

ଦ୍ୱିତୀୟ ପାଠ

କଲ 3:1–4

କିମ୍ବା: ପ୍ର.କରି 5:6–8

1ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। 2ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ। 3କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି। 4ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।

ସୁସମାଚାର

ଯୋହ 20:1–9

1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର