Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 30

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 30 ମାର୍ଚ୍ଚ 2027

ମଙ୍ଗଳବାର · ପାସ୍କା ଅଷ୍ଟାହ

ପର୍ବ ଓ ସନ୍ଥ

ପାସ୍କା ଅଷ୍ଟାହର ମଙ୍ଗଳବାର

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 2:36–41

36ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି। 37ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା? 38ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। 39କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।” 40ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।” 41ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।

ପ୍ରତିଉତ୍ତର ଗୀତ

ଗୀତ 33:4–5, 18–20, 22

4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ। 5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। 20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ। 22ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।

ସୁସମାଚାର

ଯୋହ 20:11–18

11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର