ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 30
ଅର୍ଥୋଡକ୍ସ ପଞ୍ଜିକା · 17 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 30 ମାର୍ଚ୍ଚ 2027
ମଙ୍ଗଳବାର · ମହା ଉପବାସର ତୃତୀୟ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Venerable Alexis the Man of God († 411)
ମହା ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
9ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, 10“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।” 11ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; 12ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। 13ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି। 14ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ। 15ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ, 16କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି। 17ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। 18ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ। 19ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ। 20ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ; 21ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। 10:1ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର! 2ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। 3ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? 4ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। 2ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି; 3ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ। 4ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।” 5ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
32ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ। 33ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ। 34ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ। 35ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ। 36ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।” 9:1ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; 2ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି। 3ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, 4“ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, 5“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର। 6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।” 7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ। 8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। 9ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ। 10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ। 11ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 17 ନାଗରିକ ପଞ୍ଜିକାର ମାର୍ଚ୍ଚ 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର