ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 31
ଅର୍ଥୋଡକ୍ସ ପଞ୍ଜିକା · 18 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 31 ମାର୍ଚ୍ଚ 2027
ବୁଧବାର · ମହା ଉପବାସର ତୃତୀୟ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Holy Hierarch Cyrill, Archbishop of Jerusalem († 386)
ମହା ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
12ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା। 13କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି; 14ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।” 15କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ? 16ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ। 17ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ। 18ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ। 19ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ। 20ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
6ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା। 7ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ। 8ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ 9ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
12ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ। 13ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ। 14ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ। 15ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ, 16“ଯେ ଅବୋଧ, ସେ ଏଠାକୁ ଆସୁ” ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ, 17“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।” 18ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 18 ନାଗରିକ ପଞ୍ଜିକାର ମାର୍ଚ୍ଚ 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର